ବିଧବା ଭତ୍ତା ପାଇବାରୁ ବଞ୍ଚିତ ବୃଦ୍ଧା: ପ୍ରଶାସନର ନିଦ ଭାଙ୍ଗୁନି

ସୁନ୍ଦରଗଡ ଜିଲ୍ଲା ଲେଫ୍ରିପଡ଼ା ବ୍ଲକ ଅନ୍ତର୍ଗତ ବଣ ପାହାଡ଼ ଘେରା ପ୍ରାକୃତିକ ସୌନ୍ଦର୍ଯ୍ୟ ଭରା ଗୁଣ୍ଡିଆଡିହି ଗ୍ରାମ ପଞ୍ଚାୟତର ଦଳକିଝରନ ଗ୍ରାମର ରଘୁପଡ଼ା ଗ୍ରାମର ଫୁଲ ବାଗ ନାମକ ଜଣେ ବିଧବା ବୃଦ୍ଧା ଦୀର୍ଘ ଦିନ ହେବ ସରକାରୀ ସହାୟତା ପାଇବାରୁ ବଞ୍ଚିତ ହୋଇ ଅସହାୟ ଅବସ୍ଥାରେ ଜୀବନ ବିତାଉଛନ୍ତି ।

ପ୍ରାପ୍ତ ସୂଚନାରୁ ପ୍ରକାଶ ଯେ, ଦୀର୍ଘ ବର୍ଷ ପୂର୍ବେ ଫୁଲଙ୍କ ସ୍ୱାମୀ ବସନ୍ତ ବାଗଙ୍କ ମୃତ୍ୟୁ ହୋଇସାରିଛି। ସ୍ୱାମୀଙ୍କ ମୃତ୍ୟୁ ପରେ ତାଙ୍କର କେହି ପୁଅ କିମ୍ବା ଝିଅ ନ ଥିବାରୁ ବୃଦ୍ଧା ଅଧିକ ଅସହାୟ ହୋଇ ପଡ଼ିଛନ୍ତି।ତାଙ୍କର ସମୁଦାୟ ତିନି ଏକର ପୈତୃକ ଚାଷ ଜମି ଥିବାବେଳେ ତାଙ୍କ ସ୍ୱାମୀଙ୍କ ଭାଗରେ ଥିବା ପ୍ରାୟ ଏକ ଏକର ଜମିକୁ ତାଙ୍କ ପୁତୁରା ଭାଗଚାଷ ମାଧ୍ୟମରେ ଚାଷ କରିଥାନ୍ତି। ଚାଷରୁ ଯାହା କିଛି ମିଳେ, ସେଥିରେ ବୃଦ୍ଧା ବହୁତ ଦୁଃଖ କଷ୍ଟରେ ନିଜର ଗୁଜୁରାଣ ମେଣ୍ଟାଇଥାନ୍ତି। ତାଙ୍କର ଏଭଳି ଦୟନୀୟ ଆର୍ଥିକ ଅବସ୍ଥା ସତ୍ତ୍ୱେ ସେ ସରକାରଙ୍କ ପକ୍ଷରୁ ମିଳୁଥିବା ସର୍ବନିମ୍ନ ସହାୟତାରୁ ମଧ୍ୟ ବଞ୍ଚିତ ହୋଇ ରହିଛନ୍ତି।କେବଳ ସରକାରଙ୍କ ପକ୍ଷରୁ ଦିଆଯାଉଥିବା ଚାଉଳ ଛଡ଼ା ତାଙ୍କୁ ଆଉ ସରକାରୀ ସୁବିଧା ମିଳୁନାହିଁ ।ବାରମ୍ବାର ଆବେଦନ କଲେ ମଧ୍ୟ ବିଧବା ଭତ୍ତା ମିଳିପାରି ନାହିଁ ଏପରିକି ତାଙ୍କର ରହିବା ପାଇଁ ଏକ ପକ୍କାଘରଟିଏ ମଧ୍ୟ ମିଳିପାରି ନାହିଁ। ବର୍ତ୍ତମାନ ବୃଦ୍ଧାଙ୍କ ବୟସ ଅଧିକ ହୋଇଥିବାରୁ ଏକୁଟିଆ ଜୀବନ ବିତାଇବା ଅତ୍ୟନ୍ତ କଷ୍ଟକର ହୋଇପଡ଼ିଛି।ଏଭଳି ଏକ ଅସହାୟ ବିଧବା ବୃଦ୍ଧାଙ୍କୁ ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବାର ତୁରନ୍ତ ବ୍ୟବସ୍ଥା କରିବା ପାଇଁ ସ୍ଥାନୀୟ ବୁଦ୍ଧିଜୀବୀ ଏବଂ ଗ୍ରାମବାସୀଙ୍କ ତରଫରୁ ଦାବି ହୋଇଛି।

Leave a Reply

Your email address will not be published. Required fields are marked *

ସୁନ୍ଦରଗଡରେ ବୀର ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ପାଳିତ

ଭାରତର ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ଆଦିବାସୀ ସମାଜର ପ୍ରତିଷ୍ଠିତ ନେତା ବୀର ବିର୍ସାମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ସୁନ୍ଦରଗଡ଼ରେ ମହାସମାରୋହ ଏବଂ ଉତ୍ସାହର ସହ ପାଳିତ ହୋଇଯାଇଛି। ତାଙ୍କର ତ୍ୟାଗ ଓ ବଳିଦାନକୁ

ଟାଙ୍ଗରପାଲି ବ୍ଲକ୍‌ରେ ଏକଲବ୍ୟ ଆବାସିକ ବିଦ୍ୟାଳୟ ଉଦ୍‌ଘାଟିତ

ସୁନ୍ଦରଗଡ଼ ଜିଲ୍ଲା ଟାଙ୍ଗରପାଲି ବ୍ଲକ୍ ଅନ୍ତର୍ଗତ ନିଆଳିପାଲି ପଞ୍ଚାୟତ ଚାଉରଢାଲ ମୁରିଆଁଘାଟି ଛକ ଠାରେ ନବନିର୍ମିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ  ର ଶୁଭ ଉଦ୍ଘାଟନ କାର୍ଯ୍ୟକ୍ରମ ସଫଳତାର ସହ ସମାପନ ହୋଇଛି।କେନ୍ଦ୍ର ସରକାରଙ୍କ

ବିଲେଇମୁଣ୍ଡା ଗାଁରେ ଜୟ ବଜରଙ୍ଗ କ୍ଲବ ଦ୍ୱାରା ଶିଶୁ ଦିବସ ପାଳିତ

ବିଲେଇମୁଣ୍ଡା ଗାଁରେ ଥିବା ଜୟ ବଜରଙ୍ଗ କ୍ଲବ ପକ୍ଷରୁ ଶିଶୁ ଦିବସ ବଡ଼ ଧୁମଧାମରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ପୂର୍ବତନ ବିଧାୟିକା ତଥା ବିଜେପି ରାଜ୍ୟ ଉପ-ସଭାନେତ୍ରୀ ଶ୍ରୀମତୀ

ବିପିୟୁଟିର ଏନଏସଏସ ୟୁନିଟ୍ ଦ୍ୱାରା ‘ସ୍ୱଚ୍ଛତା ହିଁ ସେବା’ ପାଳିତ

ରାଉରକେଲା ସ୍ଥିତ ବିଜୁ ପଟ୍ଟନାୟକ ପ୍ରଯୁକ୍ତି ବିଶ୍ୱବିଦ୍ୟାଳୟ (BPUT)ର ଜାତୀୟ ସେବା ଯୋଜନା (NSS) ୟୁନିଟ୍ ତରଫରୁ ନଭେମ୍ବର ୯ ତାରିଖ  ଦିନ ‘ସ୍ୱଚ୍ଛତା ହିଁ ସେବା’ ଅଭିଯାନ ପାଳିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟ ପକ୍ଷରୁ

ଦର୍ଲିପାଲି ନିରାମୟ ହସ୍ପିଟାଲ ରେ ହାଇଡ୍ରୋସିଲ ଅସ୍ତ୍ରୋପଚାର ଶିବିର ଅନୁଷ୍ଠିତ।

ଜିଲ୍ଲା ସ୍ୱାସ୍ଥ୍ୟ ସମିତି ସୁନ୍ଦରଗଡ଼ ଓ ଏନ.ଟି.ପି.ସି  ଦର୍ଲିପାଲି ସ୍ଥିତ ନିରାମୟ ହସ୍ପିଟାଲ ର ମିଳିତ ଆନୁକୁଲ୍ୟ ରେ ଏକ ହାଇଡ୍ରୋସିଲ ଅସ୍ତ୍ରୋପଚାର ଶିବିର ଅନୁଷ୍ଠିତ ହୋଇଯାଇଛି । ସରକାରଙ୍କ ଫାଇଲେରିଆ ମୁକ୍ତ ଅଭିଯାନ

ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ଜନସାଧାରଣଙ୍କର ବହୁବିଧ ସମସ୍ୟାର ସମାଧାନ ଲାଗି ସରକାର ତତ୍ପରତା ପ୍ରକାଶ କରି ପ୍ରତି ସପ୍ତାହରେ ସୋମବାର ଦିନ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଧାର୍ଯ୍ୟ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ଲାଠିକଟା ବ୍ଲକ

error: !!sarbajaya.news!!