ରାଉରକେଲାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ

ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଆଜି ଜିଲ୍ଲା ପ୍ରଶାସନ ଓ ଦୁର୍ନୀତି ନିବାରଣ ବିଭାଗ ରାଉରକେଲା ମିଳିତ ସହଯୋଗରେ  ସ୍ଥାନୀୟ ଆଇଟିଡିଏ ସମ୍ମିଳନୀ କକ୍ଷରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଚଳିତ  ଵର୍ଷ ଅକ୍ଟୋବର ୨୭ ରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସପ୍ତାହ ପାଳନ କରାଯାଉଛି lଚଳିତ ବର୍ଷ ଏହି ଦୁର୍ନୀତି ନିବାରଣ ସପ୍ତାହ ପାଳନର ଶୀର୍ଷକ ହେଉଛି ” ଦୁର୍ନିତି ନିବାରଣ : ଆମ ସାମୁହିକ ଦାୟିତ୍ବ”  lଆଜିର କାର୍ଯ୍ୟକ୍ରମରେ ପଶ୍ଚିମାଂଚଳ ଆରକ୍ଷୀ ଉପମହାନୀରିକ୍ଷକ ଶ୍ରୀ ବ୍ରିଜେଶ ରାଏ  ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ l ଏହି ଅବସରରେ ସେ କହିଥିଲେ ଯେ ସମସ୍ତଙ୍କ ମିଳିତ ସହଯୋଗରେ ଦୁର୍ନୀତି ମୁକ୍ତ ସମାଜ ଗଠନ କରା ଯାଇପାରିବ l ଯୁବ ପିଢି ମାନେ ଏହା ପାଇଁ ଆଗେଇ ଆସନ୍ତୁ l ଦୁର୍ନୀତି ନିବାରଣ କଲେ ହିଁ  ସମାଜର ତଥା ଦେଶର ପ୍ରଗତି ସୁନିଶ୍ଚିତ ହେବ l


ମୁଖ୍ୟ ବକ୍ତାଭାବରେ ଯୋଗଦାନ କରି ମ୍ୟୁନିସିପାଲ ମହାବିଦ୍ୟାଳୟର ଇତିହାସ ବିଭାଗ ଅଧ୍ୟାପକ ସଂଜୟ କୁମାର ମହାପାତ୍ର ମୁଖ୍ୟ ବକ୍ତା ଭାବରେ ଯୋଗଦାନ କରି ପ୍ରତ୍ୟେକ ବ୍ୟକ୍ତି ଦୁର୍ନୀତି ଠାରୁ ନିବୃତ ରହିବା ସହିତ ସଚୋଟ୍ଟତା ର ସହିତ ସମସ୍ତେ ନିଜ କାର୍ଯ୍ୟ ସମ୍ପାଦନ କରିବାକୁ କହିଥିଲେ l  ସମସ୍ତଙ୍କୁ ନିଜ ମାନସିକତାରେ ପରିବର୍ତନ କରିବାକୁ ଆହ୍ବାନ କରିଥିଲେ ାଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ହାଇସ୍କୁଲ ଓ କଲେଜ ଛାତ୍ର ଛାତ୍ରୀ ମାନଙ୍କ ପାଇଁ କୁଇଜ , ବିତର୍କ, ଚିତ୍ରାଙ୍କନ ଆଦି ବିଭିନ୍ନ ପ୍ରତିଯୋଗିତା ମାନ ଆୟୋଜିତ ହୋଇଥିଲା। ସେଥିରେ କୃତି ପ୍ରତିଯୋଗୀ ମାନଙ୍କୁ  ପୁରସ୍କୃତ କରାଯାଇଥିଲା।ଏହା ପୂର୍ବରେ ଆଜି ସକାଳେ ରାଉରକେଲା ମହାନଗର ନିଗମ କାର୍ଯ୍ୟାଳୟଠାରୁ ଆଇଟିଡିଏ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଏକ ସଚେତନତା ରାଲି ଅନୁଷ୍ଠିତ ହୋଇଥିଲା। ଏଥିରେ ପାନପୋଷ କ୍ରୀଡା ଛାତ୍ରାବାସ ର ଛାତ୍ରଛାତ୍ରୀ , ମୁନିସିପାଲ ମହାବିଦ୍ୟାଳୟର ଛାତ୍ରଛାତ୍ରୀ, ଦୁର୍ନିତି ନିବାରଣ ବିଭାଗର ଅଧିକାରୀ, ସ୍ଵୟଂ ସହାୟକ ଗୋଷ୍ଠୀ ର ମହିଳା ଆଦି ସାମିଲ ହୋଇଥିଲେ l
ଏହି କାର୍ଯ୍ୟକ୍ରମରେ ଅତିରକ୍ତ ଉପ ଜିଲ୍ଳାପାଳ ଚାନ୍ଦିନୀ ,  ଡେପୁଟି କେଲକ୍ଟର ନିବେଦିତା ପ୍ରଧାନ ସମେତ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ lଆରକ୍ଷୀ ଅଧିକ୍ଷକ ଦୁର୍ନୀତି ନିବାରଣ ବିଭାଗ ରାଉରକେଲା ପ୍ରଦ୍ୟୁମ୍ନ କୁମାର ଦ୍ବିବେଦୀ ସ୍ବାଗତ ଅଭିଭାଷଣ ପ୍ରଦାନ କରିବା ସହିତ  ଶପଥ ପାଠ କରାଇଥିଲେ।  ଉପ ଆରକ୍ଷୀ ଅଧିକ୍ଷକ ଦୁର୍ନୀତି ନିବାରଣ ବିଭାଗ  ଯୋଗେଶ ପ୍ରସାଦ ପଟେଲ ଧନ୍ୟବାଦ ଅର୍ପଣ କରିଥିଲେ l ଜିଲ୍ଳା ସୂଚନା ଓ ଲୋକ ସଂପର୍କ ଅଧିକାରୀ ରାଉରକେଲା ସୀମା ଫାତିମା ଏକ୍କା ମଂଚ ପରିଚାଳନା କରଥିଲେ l

Leave a Reply

Your email address will not be published. Required fields are marked *

ସୁନ୍ଦରଗଡରେ ବୀର ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ପାଳିତ

ଭାରତର ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ଆଦିବାସୀ ସମାଜର ପ୍ରତିଷ୍ଠିତ ନେତା ବୀର ବିର୍ସାମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ସୁନ୍ଦରଗଡ଼ରେ ମହାସମାରୋହ ଏବଂ ଉତ୍ସାହର ସହ ପାଳିତ ହୋଇଯାଇଛି। ତାଙ୍କର ତ୍ୟାଗ ଓ ବଳିଦାନକୁ

ଟାଙ୍ଗରପାଲି ବ୍ଲକ୍‌ରେ ଏକଲବ୍ୟ ଆବାସିକ ବିଦ୍ୟାଳୟ ଉଦ୍‌ଘାଟିତ

ସୁନ୍ଦରଗଡ଼ ଜିଲ୍ଲା ଟାଙ୍ଗରପାଲି ବ୍ଲକ୍ ଅନ୍ତର୍ଗତ ନିଆଳିପାଲି ପଞ୍ଚାୟତ ଚାଉରଢାଲ ମୁରିଆଁଘାଟି ଛକ ଠାରେ ନବନିର୍ମିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ  ର ଶୁଭ ଉଦ୍ଘାଟନ କାର୍ଯ୍ୟକ୍ରମ ସଫଳତାର ସହ ସମାପନ ହୋଇଛି।କେନ୍ଦ୍ର ସରକାରଙ୍କ

ବିଲେଇମୁଣ୍ଡା ଗାଁରେ ଜୟ ବଜରଙ୍ଗ କ୍ଲବ ଦ୍ୱାରା ଶିଶୁ ଦିବସ ପାଳିତ

ବିଲେଇମୁଣ୍ଡା ଗାଁରେ ଥିବା ଜୟ ବଜରଙ୍ଗ କ୍ଲବ ପକ୍ଷରୁ ଶିଶୁ ଦିବସ ବଡ଼ ଧୁମଧାମରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ପୂର୍ବତନ ବିଧାୟିକା ତଥା ବିଜେପି ରାଜ୍ୟ ଉପ-ସଭାନେତ୍ରୀ ଶ୍ରୀମତୀ

ବିପିୟୁଟିର ଏନଏସଏସ ୟୁନିଟ୍ ଦ୍ୱାରା ‘ସ୍ୱଚ୍ଛତା ହିଁ ସେବା’ ପାଳିତ

ରାଉରକେଲା ସ୍ଥିତ ବିଜୁ ପଟ୍ଟନାୟକ ପ୍ରଯୁକ୍ତି ବିଶ୍ୱବିଦ୍ୟାଳୟ (BPUT)ର ଜାତୀୟ ସେବା ଯୋଜନା (NSS) ୟୁନିଟ୍ ତରଫରୁ ନଭେମ୍ବର ୯ ତାରିଖ  ଦିନ ‘ସ୍ୱଚ୍ଛତା ହିଁ ସେବା’ ଅଭିଯାନ ପାଳିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟ ପକ୍ଷରୁ

ଦର୍ଲିପାଲି ନିରାମୟ ହସ୍ପିଟାଲ ରେ ହାଇଡ୍ରୋସିଲ ଅସ୍ତ୍ରୋପଚାର ଶିବିର ଅନୁଷ୍ଠିତ।

ଜିଲ୍ଲା ସ୍ୱାସ୍ଥ୍ୟ ସମିତି ସୁନ୍ଦରଗଡ଼ ଓ ଏନ.ଟି.ପି.ସି  ଦର୍ଲିପାଲି ସ୍ଥିତ ନିରାମୟ ହସ୍ପିଟାଲ ର ମିଳିତ ଆନୁକୁଲ୍ୟ ରେ ଏକ ହାଇଡ୍ରୋସିଲ ଅସ୍ତ୍ରୋପଚାର ଶିବିର ଅନୁଷ୍ଠିତ ହୋଇଯାଇଛି । ସରକାରଙ୍କ ଫାଇଲେରିଆ ମୁକ୍ତ ଅଭିଯାନ

ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ଜନସାଧାରଣଙ୍କର ବହୁବିଧ ସମସ୍ୟାର ସମାଧାନ ଲାଗି ସରକାର ତତ୍ପରତା ପ୍ରକାଶ କରି ପ୍ରତି ସପ୍ତାହରେ ସୋମବାର ଦିନ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଧାର୍ଯ୍ୟ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ଲାଠିକଟା ବ୍ଲକ

error: !!sarbajaya.news!!