
ଜନସାଧାରଣଙ୍କର ବହୁବିଧ ସମସ୍ୟାର ସମାଧାନ ଲାଗି ସରକାର ତତ୍ପରତା ପ୍ରକାଶ କରି ପ୍ରତି ସପ୍ତାହରେ ସୋମବାର ଦିନ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଧାର୍ଯ୍ୟ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ଲାଠିକଟା ବ୍ଲକ ପରିସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ସୁନ୍ଦରଗଡ଼ ଜିଲ୍ଲାପାଳ ଡ଼. ଶୁଭଙ୍କର ମହାପାତ୍ର ଏବଂ ରାଉରକେଲା ପୋଲିସ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ନୀତିନ ୱାଧୱାନୀ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ।ଆଜି ମୋଟ ୮୩ ଗୋଟି ଜନସାଧାରଣଙ୍କର ଅଭିଯୋଗ ରହିଥିଲା। ସେଥି ମଧ୍ୟରୁ ୨୩ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୫୮ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ୨ ଗୋଟି ଅଭିଯୋଗର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ସେହିଭଳି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ପାଇବା ନିମନ୍ତେ ୨ ଗୋଟି ଆବେଦନ ରହିଥିଲା। ଆଜିର ଏହି ଅଭିଯୋଗ ଶୁଣାଣି ରେ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ, ରାଉରକେଲା ବନଖଣ୍ଡ ଅଧିକାରୀ ଶ୍ରୀ ଯସବନ୍ତ ସେଠୀ, ପାନପୋଷ ଉପ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ନାୟକ ଏବଂ ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ।










Total views : 905