ବିପିୟୁଟିର ଏନଏସଏସ ୟୁନିଟ୍ ଦ୍ୱାରା ‘ସ୍ୱଚ୍ଛତା ହିଁ ସେବା’ ପାଳିତ

ରାଉରକେଲା ସ୍ଥିତ ବିଜୁ ପଟ୍ଟନାୟକ ପ୍ରଯୁକ୍ତି ବିଶ୍ୱବିଦ୍ୟାଳୟ (BPUT)ର ଜାତୀୟ ସେବା ଯୋଜନା (NSS) ୟୁନିଟ୍ ତରଫରୁ ନଭେମ୍ବର ୯ ତାରିଖ  ଦିନ ‘ସ୍ୱଚ୍ଛତା ହିଁ ସେବା’ ଅଭିଯାନ ପାଳିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟ ପକ୍ଷରୁ ପରିସର ବାହାରେ, ମୁଖ୍ୟ ଫାଟକଠାରୁ ନେତାଜୀ ସୁବାଷ ଅଡିଟୋରିୟମ୍ ପର୍ଯ୍ୟନ୍ତ ରାସ୍ତା ଏବଂ ଏହାର ଚାରିପାଖ ଅଞ୍ଚଳରେ ଏହି କାର୍ଯ୍ୟକ୍ରମ ସକାଳ ୯ଟାରୁ ଆରମ୍ଭ ହୋଇଥିଲା।ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଅମିୟ କୁମାର ରଥଙ୍କ ତତ୍ତ୍ୱାବଧାନରେ UGC ନିର୍ଦ୍ଦେଶାବଳୀ ଅନୁଯାୟୀ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମର ସଂଯୋଜକ ଡକ୍ଟର ମନୋଜ କୁମାର ସାହୁ ସମଗ୍ର କାର୍ଯ୍ୟକ୍ରମକୁ ସୁଚାରୁ ରୂପେ ପରିଚାଳନା କରିଥିଲେ।ଏହି ସ୍ୱଚ୍ଛତା ଅଭିଯାନରେ ବିଶ୍ବବିଦ୍ୟାଳୟର କୁଳସଚିବ ଶ୍ରୀମତୀ ନିଶି ପୁନମ ମିଞ୍ଜ, ନିର୍ଦ୍ଦେଶକ ପ୍ରଫେସର ଶିବକୁମାର ମିଶ୍ର, ପରୀକ୍ଷା ନିର୍ଦ୍ଦେଶକ ଡ. ବିଶ୍ୱ ବିନାୟକ ମାଙ୍ଗରାଜଙ୍କ ସମେତ ଛାତ୍ରଛାତ୍ରୀ, ଅଧ୍ୟାପକ, ଅଧିକାରୀ, କର୍ମଚାରୀ ତଥା ବିଜୁ ପଟ୍ଟନାୟକ ପ୍ରଯୁକ୍ତି ବିଶ୍ୱବିଦ୍ୟାଳୟ  ଅଧୀନରେ କାର୍ଯ୍ୟ କରୁଥିବା ଅନ୍ୟାନ୍ୟ ବ୍ୟକ୍ତିମାନେ ଉତ୍ସାହର ସହିତ ଅଂଶଗ୍ରହଣ କରିଥିଲେ। କୁଳପତି ପ୍ରଫେସର ରଥ ବିଜୁ ପଟ୍ଟନାୟକ ପ୍ରଯୁକ୍ତି  ବିଶ୍ୱବିଦ୍ୟାଳୟ ପରିସରକୁ ସବୁଜ ଓ ସ୍ୱଚ୍ଛ ରଖିବା ସହ ଏହାର ସୌନ୍ଦର୍ଯ୍ୟ ବୃଦ୍ଧି କରିବା ପାଇଁ ଏବଂ ରାଉରକେଲା ସହରକୁ ସ୍ୱଚ୍ଛ ରଖିବାରେ ସହଯୋଗ କରିବା ପାଇଁ ସାରା ବର୍ଷ ସ୍ୱଚ୍ଛତା ଅଭିଯାନ ଜାରି ରଖିବାକୁ ପରାମର୍ଶ ଦେଇଥିବା ଜଣାପଡିଛି।

Leave a Reply

Your email address will not be published. Required fields are marked *

ସୁନ୍ଦରଗଡରେ ବୀର ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ପାଳିତ

ଭାରତର ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ଆଦିବାସୀ ସମାଜର ପ୍ରତିଷ୍ଠିତ ନେତା ବୀର ବିର୍ସାମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ସୁନ୍ଦରଗଡ଼ରେ ମହାସମାରୋହ ଏବଂ ଉତ୍ସାହର ସହ ପାଳିତ ହୋଇଯାଇଛି। ତାଙ୍କର ତ୍ୟାଗ ଓ ବଳିଦାନକୁ

ଟାଙ୍ଗରପାଲି ବ୍ଲକ୍‌ରେ ଏକଲବ୍ୟ ଆବାସିକ ବିଦ୍ୟାଳୟ ଉଦ୍‌ଘାଟିତ

ସୁନ୍ଦରଗଡ଼ ଜିଲ୍ଲା ଟାଙ୍ଗରପାଲି ବ୍ଲକ୍ ଅନ୍ତର୍ଗତ ନିଆଳିପାଲି ପଞ୍ଚାୟତ ଚାଉରଢାଲ ମୁରିଆଁଘାଟି ଛକ ଠାରେ ନବନିର୍ମିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ  ର ଶୁଭ ଉଦ୍ଘାଟନ କାର୍ଯ୍ୟକ୍ରମ ସଫଳତାର ସହ ସମାପନ ହୋଇଛି।କେନ୍ଦ୍ର ସରକାରଙ୍କ

ବିଲେଇମୁଣ୍ଡା ଗାଁରେ ଜୟ ବଜରଙ୍ଗ କ୍ଲବ ଦ୍ୱାରା ଶିଶୁ ଦିବସ ପାଳିତ

ବିଲେଇମୁଣ୍ଡା ଗାଁରେ ଥିବା ଜୟ ବଜରଙ୍ଗ କ୍ଲବ ପକ୍ଷରୁ ଶିଶୁ ଦିବସ ବଡ଼ ଧୁମଧାମରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ପୂର୍ବତନ ବିଧାୟିକା ତଥା ବିଜେପି ରାଜ୍ୟ ଉପ-ସଭାନେତ୍ରୀ ଶ୍ରୀମତୀ

ବିପିୟୁଟିର ଏନଏସଏସ ୟୁନିଟ୍ ଦ୍ୱାରା ‘ସ୍ୱଚ୍ଛତା ହିଁ ସେବା’ ପାଳିତ

ରାଉରକେଲା ସ୍ଥିତ ବିଜୁ ପଟ୍ଟନାୟକ ପ୍ରଯୁକ୍ତି ବିଶ୍ୱବିଦ୍ୟାଳୟ (BPUT)ର ଜାତୀୟ ସେବା ଯୋଜନା (NSS) ୟୁନିଟ୍ ତରଫରୁ ନଭେମ୍ବର ୯ ତାରିଖ  ଦିନ ‘ସ୍ୱଚ୍ଛତା ହିଁ ସେବା’ ଅଭିଯାନ ପାଳିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟ ପକ୍ଷରୁ

ଦର୍ଲିପାଲି ନିରାମୟ ହସ୍ପିଟାଲ ରେ ହାଇଡ୍ରୋସିଲ ଅସ୍ତ୍ରୋପଚାର ଶିବିର ଅନୁଷ୍ଠିତ।

ଜିଲ୍ଲା ସ୍ୱାସ୍ଥ୍ୟ ସମିତି ସୁନ୍ଦରଗଡ଼ ଓ ଏନ.ଟି.ପି.ସି  ଦର୍ଲିପାଲି ସ୍ଥିତ ନିରାମୟ ହସ୍ପିଟାଲ ର ମିଳିତ ଆନୁକୁଲ୍ୟ ରେ ଏକ ହାଇଡ୍ରୋସିଲ ଅସ୍ତ୍ରୋପଚାର ଶିବିର ଅନୁଷ୍ଠିତ ହୋଇଯାଇଛି । ସରକାରଙ୍କ ଫାଇଲେରିଆ ମୁକ୍ତ ଅଭିଯାନ

ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ଜନସାଧାରଣଙ୍କର ବହୁବିଧ ସମସ୍ୟାର ସମାଧାନ ଲାଗି ସରକାର ତତ୍ପରତା ପ୍ରକାଶ କରି ପ୍ରତି ସପ୍ତାହରେ ସୋମବାର ଦିନ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଧାର୍ଯ୍ୟ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ଲାଠିକଟା ବ୍ଲକ

error: !!sarbajaya.news!!